8ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
9ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
10ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।
11ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
12ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”