12ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
13ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
14ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”
15ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
16“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;