ଆଦି ପୁସ୍ତକ 22

ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”

Genesis 22:18 (UKJV) And in your seed shall all the nations of the earth be blessed; because you have obeyed my voice.

16“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;

17ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।

18ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”

19ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।

20ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.