17ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
18ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
19ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ।
20ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।”
21ତାହାର ଜ୍ୟେଷ୍ଠ ପୁତ୍ର ଊଷ୍ ଓ ତାହାର ଭ୍ରାତା ବୂଷ୍ ଓ ଅରାମର ପିତା କମୂୟେଲ,