ଆଦି ପୁସ୍ତକ 22

ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”

Genesis 22:2 (UKJV) And he said, Take now your son, yours only son Isaac, whom you love, and get you into the land of Moriah; and offer him there for a burnt offering upon one of the mountains which I will tell you of.

1ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।”

2ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”

3ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍‌ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।

4ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.