2ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
3ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।
4ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।
5ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”
6ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।