ଆଦି ପୁସ୍ତକ 22

ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‌ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।

Genesis 22:6 (UKJV) And Abraham took the wood of the burnt offering, and laid it upon Isaac his son; and he took the fire in his hand, and a knife; and they went both of them together.

4ଏଥିଉତ୍ତାରେ ତୃତୀୟ ଦିନରେ ଅବ୍ରହାମ ଅନାଇ ଦୂରରୁ ସେହି ସ୍ଥାନ ଦେଖିଲେ।

5ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”

6ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍‌ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।

7ଆଉ ଇସ୍‌ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”

8ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.