6ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
7ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢାଛୁଆ କାହିଁ?”
8ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
9ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
10ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।