ଆଦି ପୁସ୍ତକ 23

ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,

Genesis 23:10 (UKJV) And Ephron dwelt among the children of Heth: and Ephron the Hittite answered Abraham in the audience of the children of Heth, even of all that went in at the gate of his city, saying,

8ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ।

9ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍‍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”

10ସେତେବେଳେ ଇଫ୍ରୋଣ ହେତ୍‌ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍‌ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,

11“ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”

12ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.