9ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।”
10ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
11“ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
12ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
13ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”