11“ପ୍ରଭୋ, ସେପରି ନ ହେଉ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”
12ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ।
13ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।”
14ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
15“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”