ଆଦି ପୁସ୍ତକ 23

ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।

Genesis 23:18 (UKJV) Unto Abraham for a possession in the presence of the children of Heth, before all that went in at the gate of his city.

16ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।

17ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,

18ଏହିସବୁରେ ହେତ୍‌ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍‍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା।

19ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ।

20ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.