1ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।
2ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।
3ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ,
4“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”