ଆଦି ପୁସ୍ତକ 23

ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,

Genesis 23:3 (UKJV) And Abraham stood up from before his dead, and spoke unto the sons of Heth, saying,

1ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ।

2ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।

3ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,

4“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”

5ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.