ଆଦି ପୁସ୍ତକ 23

ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;

Genesis 23:5 (UKJV) And the children of Heth answered Abraham, saying unto him,

3ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,

4“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”

5ତହୁଁ ହେତ୍‌ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;

6ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।”

7ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍‍, ହେତ୍‌ର ସନ୍ତାନମାନଙ୍କୁ ପ୍ରଣାମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.