ଆଦି ପୁସ୍ତକ 24

ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।

Genesis 24:11 (UKJV) And he made his camels to kneel down without the city by a well of water at the time of the evening, even the time that women go out to draw water.

9ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।

10ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।

11ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।

12ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।

13ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.