11ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା।
12ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।
13ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି;
14ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”
15ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।