ଆଦି ପୁସ୍ତକ 24

ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,

Genesis 24:16 (UKJV) And the damsel was very fair to look upon, a virgin, neither had any man known her: and she went down to the well, and filled her pitcher, and came up.

14ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ‘ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ,’ ଏହି କଥା କହିଲେ ସେହି କନ୍ୟା ଯଦି କହିବ, ‘ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି,’ ତେବେ ସେ ତୁମ୍ଭ ଦାସ ଇସ୍‌ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।”

15ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।

16ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,

17ଏପରି ସମୟରେ ସେହି ଦାସ ଦୌଡ଼ିଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”

18ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.