15ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା।
16ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି,
17ଏପରି ସମୟରେ ସେହି ଦାସ ଦୌଡ଼ିଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।”
18ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା।
19ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।”