1ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।
2ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;
3ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
4ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।”