20ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା।
21ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା।
22ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,
23“ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି?”
24ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”