23“ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି?”
24ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।”
25ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।”
26ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା,
27“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”