27“ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।”
28ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।
29ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।
30ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
31“ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”