28ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।
29ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା।
30ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା, ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା,
31“ହେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।”
32ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା।