33ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।”
34ତେବେ ସେ କହିଲା, “ମୁଁ ଅବ୍ରହାମଙ୍କର ଦାସ।
35ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।
36ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।
37ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ‘ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;