ଆଦି ପୁସ୍ତକ 24

ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ‘ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;

Genesis 24:37 (UKJV) And my master made me swear, saying, You shall not take a wife to my son of the daughters of the Canaanites, in whose land I dwell:

35ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।

36ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।

37ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ‘ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;

38ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।’

39ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, ‘କେଜାଣି କୌଣସି କନ୍ୟା ମୋʼ ସଙ୍ଗରେ ନ ଆସିବ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.