ଆଦି ପୁସ୍ତକ 24

ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;

Genesis 24:43 (UKJV) Behold, I stand by the well of water; and it shall come to pass, that when the virgin comes forth to draw water, and I say to her, Give me, I pray you, a little water of your pitcher to drink;

41ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।’

42ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,

43ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ;

44ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ।’

45ଏହି କଥା ମୁଁ ମନେ ମନେ କହୁଥିଲି, ଏଥିମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ‘ବିନୟ କରୁଅଛି, ମୋତେ ଜଳ ପାନ କରାଅ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.