ଆଦି ପୁସ୍ତକ 24

ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।

Genesis 24:48 (UKJV) And I bowed down my head, and worshipped the LORD, and blessed the LORD God of my master Abraham, which had led me in the right way to take my master's brother's daughter unto his son.

46ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, ‘ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି;’ ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।

47ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, ‘ତୁମ୍ଭେ କାହାର କନ୍ୟା?’ ତହିଁରେ ସେ କହିଲା, ‘ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।’ ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।

48ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।

49ଏହେତୁ ତୁମ୍ଭେମାନେ ଯଦି ମୋʼ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।

50ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.