ଆଦି ପୁସ୍ତକ 24

ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”

Genesis 24:51 (UKJV) Behold, Rebekah is before you, take her, and go, and let her be your master's son's wife, as the LORD has spoken.

49ଏହେତୁ ତୁମ୍ଭେମାନେ ଯଦି ମୋʼ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।

50ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ।

51ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।”

52ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା।

53ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.