ଆଦି ପୁସ୍ତକ 24

ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”

Genesis 24:56 (UKJV) And he said unto them, Hinder me not, seeing the LORD has prospered my way; send me away that I may go to my master.

54ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋʼ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”

55ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”

56ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”

57ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।”

58ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.