55ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛି ଦିନ, ହୋଇ ପାରିଲେ ଦଶ ଦିନ ଥାଉ, ତହିଁ ଉତ୍ତାରେ ସେ ଯିବ।”
56ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”
57ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।”
58ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।”
59ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।