57ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।”
58ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।”
59ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ।
60ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”
61ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।