ଆଦି ପୁସ୍ତକ 24

ସେତେବେଳେ ରିବିକା ଅନାଇ ଇସ୍‌ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।

Genesis 24:64 (UKJV) And Rebekah lifted up her eyes, and when she saw Isaac, she lighted off the camel.

62ସେହି ସମୟରେ ଇସ୍‌ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।

63ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।

64ସେତେବେଳେ ରିବିକା ଅନାଇ ଇସ୍‌ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।

65ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।

66ଏଥିଉତ୍ତାରେ ସେହି ଦାସ ଇସ୍‌ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.