5ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?”
6ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋʼ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”
7“ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
8ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।”
9ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।