8ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
9ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
10ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
11ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
12ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।