ଆଦି ପୁସ୍ତକ 25

ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।

Genesis 25:12 (UKJV) Now these are the generations of Ishmael, Abraham's son, whom Hagar the Egyptian, Sarah's handmaid, bare unto Abraham:

10ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।

11ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‌ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‌ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।

12ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।

13ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,

14ମିଶ୍ମା ଓ ଦୂମା ଓ ମସା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.