15ଓ ହଦଦ୍ ଓ ତେମା ଓ ଯିଟୁର ଓ ନାଫୀଶ୍ ଓ କେଦମା।
16ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
17ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
18ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
19ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;