ଆଦି ପୁସ୍ତକ 25

ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।

Genesis 25:2 (UKJV) And she bare him Zimran, and Jokshan, and Medan, and Midian, and Ishbak, and Shuah.

1ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।

2ସେ ତାଙ୍କ ନିମନ୍ତେ ସିମ୍ରନ୍‍, ଯକ୍‍ଷନ୍‍, ମଦାନ୍‍, ମିଦୀୟନ, ଯିଶ୍‍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।

3ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।

4ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.