19ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;
20ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
21ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
22ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
23ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”