24ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
25ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।
26ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
27ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
28ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।