1ଅବ୍ରହାମ କଟୂରା ନାମ୍ନୀ ଆଉ ଗୋଟିଏ ସ୍ତ୍ରୀ ବିବାହ କରିଥିଲେ।
2ସେ ତାଙ୍କ ନିମନ୍ତେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
3ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
4ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
5ଏଥିଉତ୍ତାରେ ଅବ୍ରହାମ ଇସ୍ହାକକୁ ଆପଣାର ସର୍ବସ୍ୱ ଦେଲେ।