28ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
29ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;
30ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।
31ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
32ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”