ଆଦି ପୁସ୍ତକ 25

ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”

Genesis 25:31 (UKJV) And Jacob said, Sell me this day your birthright.

29ଏକ ଦିନ ଯାକୁବ ଡାଲି ରାନ୍ଧୁଥିଲା, ସେହି ସମୟରେ ଏଷୌ କ୍ଳାନ୍ତ ହୋଇ କ୍ଷେତ୍ରରୁ ଆସିଲା;

30ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।

31ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”

32ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”

33ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.