ଆଦି ପୁସ୍ତକ 25

ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”

Genesis 25:32 (UKJV) And Esau said, Behold, I am at the point to die: and what profit shall this birthright do to me?

30ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍‍ (ରଙ୍ଗା) ଖ୍ୟାତ ହେଲା।

31ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”

32ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?”

33ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।

34ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.