2ସେ ତାଙ୍କ ନିମନ୍ତେ ସିମ୍ରନ୍, ଯକ୍ଷନ୍, ମଦାନ୍, ମିଦୀୟନ, ଯିଶ୍ବକ ଓ ଶୂହ, ଏମାନଙ୍କୁ ଜନ୍ମ କଲା।
3ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
4ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
5ଏଥିଉତ୍ତାରେ ଅବ୍ରହାମ ଇସ୍ହାକକୁ ଆପଣାର ସର୍ବସ୍ୱ ଦେଲେ।
6ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।