ଆଦି ପୁସ୍ତକ 25

ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।

Genesis 25:5 (UKJV) And Abraham gave all that he had unto Isaac.

3ସେହି ଯକ୍‍ଷନ୍‍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।

4ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।

5ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।

6ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।

7ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.