ଆଦି ପୁସ୍ତକ 25

ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।

Genesis 25:7 (UKJV) And these are the days of the years of Abraham's life which he lived, an hundred threescore and fifteen years.

5ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।

6ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।

7ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।

8ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।

9ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.