ଆଦି ପୁସ୍ତକ 26

ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”

Genesis 26:11 (UKJV) And Abimelech charged all his people, saying, He that touches this man or his wife shall surely be put to death.

9ତେଣୁ ଅବିମେଲକ ଇସ୍‌ହାକଙ୍କୁ ଡକାଇ କହିଲେ, “ସେ ସ୍ତ୍ରୀ ଅବଶ୍ୟ ତୁମ୍ଭର ଭାର୍ଯ୍ୟା; ତେବେ ‘ତୁମ୍ଭେ ତାହାକୁ ଆପଣା ଭଗିନୀ’ ବୋଲି କିପରି କହିଲ?” ସେତେବେଳେ ଇସ୍‌ହାକ ଉତ୍ତର କଲେ, “ମୁଁ ଭାବିଲି, କେଜାଣି ତାହା ଲାଗି ମୋହର ମୃତ୍ୟୁୁ ହେବ।”

10ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”

11ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”

12ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।

13ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.