11ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
12ଏଥିଉତ୍ତାରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
13ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
14ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
15ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।