12ଏଥିଉତ୍ତାରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
13ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
14ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
15ଏଣୁ ତାଙ୍କର ପିତା ଅବ୍ରହାମଙ୍କ ସମୟରେ ତାଙ୍କ ପିତାଙ୍କ ଦାସମାନେ ଯେଉଁ ଯେଉଁ କୂପ ଖୋଳିଥିଲେ, ପଲେଷ୍ଟୀୟ ଲୋକମାନେ ମୃତ୍ତିକା ଦ୍ୱାରା ସେହି ସବୁ ପୋତି ପକାଇଲେ।
16ଏଥିଉତ୍ତାରେ ଅବିମେଲକ ଇସ୍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”